Niet blij met je aankoop? Geeft niet! Je kunt artikelen tot 30 dagen retourneren
Met een cadeaubon zit je altijd goed. De ontvanger kan de cadeaubon voor alles uit ons assortiment inwisselen.
Tot 30 dagen retourrecht
ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।
ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର "ଗୀତାଂଜଳି"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, "ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।"୍
ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।
ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ପ୍ରକାଶନ ପରେ ୨୦୧୨ ମସିହା ପର୍ଯ୍ୟନ୍ତ (୮୯ ବର୍ଷରେ) ଇଂରେଜୀ ବହିର ୯୦ ଲକ୍ଷ କପି ବିକ୍ରୀ ହୋଇଛି । ଏହି ବହିଟିର ଅନୁବାଦ ୧୦୮ ଭାଷାରେ କରାଯାଇଛି । ୯୫ ବର୍ଷର ଇତିହାସରେ ୨୦୧୮ ମସିହା ପର୍ଯ୍ୟନ୍ତ ଇଂରେଜୀ ବହିର ୧୮୮ଟି ମୁଦ୍ରଣ ହୋଇ ସାରିଛି ।
Hoi! Ik ben Libroamiko, je boekadviseur.
Hoe kan ik je helpen?